www.samajalive.in
Monday, December 15, 2025
16.1 C
Bhubaneswar

ଟ୍ୱିଟ୍‌ କରି ଅସନ୍ତୋଷ ପ୍ରକାଶ କଲେ ଅପରାଜିତା  

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ୭୪ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ସରା ଭୁବନେଶ୍ୱର ଚଳଚଞ୍ଚଳ ରହିଛି । ପ୍ରତିଷ୍ଠା ଦିବସକୁ ନେଇ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ହେଲେ କୌଣସି କାର୍ଯ୍ୟକ୍ରମକୁ ଭୁବନେଶ୍ୱର ସାଂସଦଙ୍କୁ ନିମନ୍ତ୍ରଣ କରାଯାଇନାହିଁ । ଫଳରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ସାଂସଦ ଟ୍ୱିଟ୍‌ ମାଧ୍ୟମରେ ଅସନ୍ତୋଷ ପ୍ରକାଶ କରିବା ସହ ଏଥିପାଇଁ ନିମନ୍ତ୍ରଣ ନଥିବାକୁ ପ୍ରତିକ୍ରିୟା ରଖିଛନ୍ତି । ସେ ଲେଖିଛନ୍ତି ମୋତେ ଛାଡ଼ି ପ୍ରାୟ ସମସ୍ତଙ୍କୁ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ରହିଛି । ହେଲେ ମୋତେ ସାମିଲ କରାଯାଇନାହିଁ । ଏହି ମହାନ ଦିବସ ଅବସରରେ ଏଭଳି ଏକ ଉତ୍ସବରେ ମୁଁ ସାମିଲ ହେବାକୁ ଚାହୁଁଥିଲି । ମୋତେ କାହିଁକି ନିମନ୍ତ୍ରଣ କରାଯାଇନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି । ତାହା ସହ ମୋର ଦୋଷ କ’ଣ ରହିଛି ବୋଲି ଅପରାଜିତା କହିଛନ୍ତି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories