www.samajalive.in
Wednesday, December 10, 2025
16.1 C
Bhubaneswar

ପଞ୍ଚାୟତରାଜ ମନ୍ତ୍ରୀଙ୍କ ବିରୋଧରେ ମହିଳା କଂଗ୍ରେସ ପକ୍ଷରୁ ଥାନାରେ ଅଭିଯୋଗ

ପିପିଲି :ସାମାଜିକ ଗଣମାଧ୍ୟମରେ ମହିଳାଙ୍କ ପ୍ରତି ଅପମାନସୂଚକ ମନ୍ତବ୍ୟ ପ୍ରସଙ୍ଗରେ ସମାଲୋଚନାର ଶିକାର ହୋଇଥିବା ରାଜ୍ୟ ପଞ୍ଚାୟତରାଜ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଦୀପ ମହାରଥୀଙ୍କ ବିରୋଧରେ ମହିଳା କଂଗ୍ରେସ ପକ୍ଷରୁ ଶୁକ୍ରବାର ପିପିଲି ଥାନାରେ ଅଭିଯୋଗ କରାଯାଇଛି।
ପୁରୀ ଜିଲା ମହିଳା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାନେତ୍ରୀ ନିରୁପମା ପାତ୍ରଙ୍କ ନେତୃତ୍ୱରେ କେତେକ ମହିଳା କଂଗ୍ରେସ ନେତ୍ରୀମାନେ ଶୁକ୍ରବାର ପିପିଲି ହାଟଛକ ଠାରୁ ଥାନା ପର୍ଯ୍ୟନ୍ତ ପଦଯାତ୍ରାରେ ଆସି ପିପିଲି ଆଇଆଇସି ଶରତ କୁମାର ସାହୁଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ନାରୀ ଜାତି ପ୍ରତି ଶ୍ରୀ ମହାରଥୀଙ୍କ ଅଶୋଭନୀୟ ମନ୍ତବ୍ୟ ସମଗ୍ର ମହିଳା ଜାତିର ସମ୍ମାନ ଓ ଇଜ୍ଜତ ଉପରେ ଆଞ୍ଚ ଆଣିଥିବାର ସେମାନେ ଅଭିଯୋଗ କରିବା ସହ ଏହାର ତଦନ୍ତ କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories