www.samajalive.in
Thursday, December 11, 2025
18.1 C
Bhubaneswar

ଜଳୁଛି ପଶ୍ଚିମ, ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଡହଡହ ଖରାରେ ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ସିଝୁଛି। ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୪୪ ଡିଗ୍ରୀ ଛୁଇଁଛି। ସୁବର୍ଣ୍ଣପୁର, ବଲାଙ୍ଗୀର ଏବଂ ଟିଟିଲାଗଡରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ଅତିକ୍ରମ କରିଛି। ରାଜ୍ୟର ୧୨ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ଆଗକୁ ଆହୁରି ଦୁଇଦିନ ଏହିଭଳି ରୌଦ୍ର ପ୍ରକୋପ ଅନୁଭୂତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲିଠାରୁ ଉପକୂଳ ଓଡ଼ିଶାକୁ ବଙ୍ଗୋପସାଗରରୁ ପବନ ବହିବାର ସମ୍ଭାବନା ନାହିଁ। ଫଳରେ ଉପକୂଳ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

କେନ୍ଦ୍ରୀୟ ଦକ୍ଷିଣ ଉତ୍ତର ପ୍ରଦେଶଠାରୁ ସମୁଦ୍ର ପତ୍ତନରୁ ୦.୯ କିମି ବାୟୁମଣ୍ଡଳ ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ନବରଙ୍ଗପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ଦ୍ବାରା ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ରର ସତର୍କ ସୂଚନାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।
ବୁଧବାର ସୁବର୍ଣ୍ଣପୁରରେ ତାପମାତ୍ରା ୪୩.୯ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇ ଥିବାବେଳେ ବଲାଙ୍ଗୀର ୪୩.୨, ଟିଟିଲାଗଡ ୪୩, ଅନୁଗୋଳ ୪୨.୭, ବୌଦ୍ଧ ୪୨, ସମ୍ବଲପୁର ଓ ତାଳଚେରରେ ୪୧.୬ ଡିଗ୍ରୀ ଲେଖାଏଁ,

- Advertisement -

ସୁନ୍ଦରଗଡ ଓ ଭବାନୀପାଟଣାରେ ୪୧.୫ ଡିଗ୍ରୀ ଲେଖାଏଁ, ହୀରାକୁଦ ୪୦.୩, ପାରଳାଖେମୁଣ୍ଡିରେ ୪୦.୫, ଭୁବନେଶ୍ବର ୩୮.୫ ଏବଂ କଟକରେ ୩୭.୮ ଡିଗ୍ରୀ ତାପମାତ୍ରା ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିପାରେ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ସ୍ବାଭାବିକରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବାର ଆଶଙ୍କା ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୩ଟା ମଧ୍ୟରେ ପଦାକୁ ନ ବାହାରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ଶ୍ରୀ ପଶୁପାଳକ କହିଛନ୍ତି, ଗତ କିଛି ଦିନ ହେଲା ଉପକୂଳ ଓଡ଼ିଶାକୁ ବଙ୍ଗୋପସାଗରରୁ ପବନ ବହିବା ହେତୁ ସର୍ବାଧିକ ତାପମାତ୍ରା କମ ରହୁଥିଲା। ଆସନ୍ତାକାଲିଠାରୁ ଗରମ ପବନ ସିଧା ପ୍ରବାହିତ କରିବା ଦ୍ବାରା ତାପମାତ୍ରା ବଢ଼ିବ। ୧୮ରୁ ଉପକୂଳ ଓଡ଼ିଶାକୁ ସାମୁଦ୍ରିକ ପବନ ବହିବାରୁ ତାପମାତ୍ରା କମିବାର ସମ୍ଭାବନା ରହିଛି। ୧୫ ଓ ୧୬ ରେ ଭୁବନେଶ୍ବରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିବାର ସମ୍ଭାବନା ରହିଛି। ୧୮ରୁ ପୁଣି ତାପମାତ୍ରା ହ୍ରାସ ପାଇବ। ୧୯ରୁ ୨୧ ତାରିଖ ଭିତରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସମ୍ଭାବନା ଥିବାବେଳେ ୨୨ରୁ ରାଜଧାନୀରେ ତାପମାତ୍ରା ବୃଦ୍ଧି ପାଇବ। ଦକ୍ଷିଣ, ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ଗରମ ଅନୁଭୂତ ହୋଇପାରେ। ୧୮ ଓ ୧୯ ରେ କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ରହିପାରେ। ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ତାପମାତ୍ରା ବଢ଼ି ୧୮ରେ ସବୁଠୁ ଅଧିକ ରହିବ ଏବଂ ୧୮ରୁ ତାପମାତ୍ରା କମି ପୁଣି ୨୧ରୁ ବଢିବ ବୋଲି ସେ କହିଛନ୍ତି।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories