www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୧,୦୦୭ ନୂଆ ଆକ୍ରାନ୍ତ; ୧ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧,୦୦୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୩୯,୦୨୩କୁ ବୃଦ୍ଧି ପାଇଛି। ସେହିପରି ଆଉ ୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୦୬,୨୨୮ ସୁସ୍ଥ ହୋଇ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଦୀର୍ଘ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୭ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ଆଉ ୧୧,୦୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୩୪,୮୭୭ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୦୮,୧୦,୧୫୭ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୪,୪୮,୮୭୬ ଟିକା ନେଇଥିବା ବେଳେ ମୋଟ ୧,୮୬,୨୨,୭୬,୩୦୪ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୧,୩୬,୨୯୯ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories