www.samajalive.in
Sunday, December 7, 2025
13.1 C
Bhubaneswar

୧୩୧ତମ ଜିଲାସ୍ତରୀୟ ଡଃ. ଆମ୍ବେଦକର ଜୟନ୍ତୀ 

ନବରଙ୍ଗପୁର: ଭାରତର ସମ୍ବିଧାନ ପ୍ରଣେତା, ଭାରତରତ୍ନ ଡଃ.ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୧ତମ ଜିଲାସ୍ତରୀୟ ଜନ୍ମଜୟନ୍ତୀ ସ୍ଥାନୀୟ ରାଜାଚୈତନ୍ୟଦେବ ନୋଡାଲ ସରକାରୀ ଉଚ୍ଚବିଦ୍ୟାଳୟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସ୍ମୃତିଚାରଣସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲା ଗ୍ରାମ୍ୟଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ ଅଧ୍ୟକ୍ଷତା କରିଥିବାବେଳେ ଅତିଥି ଭାବେ ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ, ବକ୍ତାଭାବେ ଅବସାରପ୍ରାପ୍ତ ପ୍ରାଧ୍ୟାପକ ଡଃ.ବିଜୟ କୁମାର ମିଶ୍ର, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ରେସନ ଲାଲ ନାୟକ, ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ରାଜୀବ ଜାଲ, ପ୍ରଧାନଶିକ୍ଷକ ସୁପ୍ରିୟା ନାୟକ, ଆଦର୍ଶ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ରାଜୀବ ଜାଲ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲ ପ୍ରମୁଖ ଯୋଗଦେଇ ଡଃ.ଆମ୍ବେଦକରଙ୍କ ସଂଘର୍ଷମୟ ଆତ୍ମଜୀବନୀ ସଂପର୍କରେ ଉଲ୍ଲେଖ କରି ଏକ ଗରୀବ ଦଳିତ ପରିବାରରେ ଜନ୍ମଗ୍ରହଣ କରି ମଧ୍ୟ ସେ ତାଙ୍କର ଅଧ୍ୟବସାୟ, କର୍ତ୍ତବ୍ୟ, ନିଷ୍ଠା, ଦୃଢ ଆତ୍ମବିଶ୍ୱାସ ଓ ଅକ୍ଲାନ୍ତ ପରିଶ୍ରମ କରି କିପରି ପ୍ରଚଣ୍ଡ ପ୍ରତିଭାର ଅଧିକାରୀ ହୋଇ ସମାଜରେ ଛୁଆଁ ଅଛୁଆଁ ଭେଦଭାବକୁ ଦୂର କରିବାକୁ ସଂଗ୍ରାମ କରି ବୈପ୍ଳବିକ ପରିବର୍ତ୍ତନ ଆଣିବା ସହିତ ନିଜର ଅଗାଧ ଜ୍ଞାନ ବଳରେ ସ୍ୱାଧୀନ ଭାରତର ପ୍ରଥମ ଆଇନମନ୍ତ୍ରୀ ହେବାର ସୌଭାଗ୍ୟ ଲାଭ କରି ଭାରତ ସମ୍ବିଧାନର ପ୍ରଣେତା ହୋଇ ପାରିଥିଲେ, ସେ ସଂପର୍କରେ ଅତିଥି ଓ ବକ୍ତାମାନେ ଆଲୋଚନା କରି ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସହରର ବହୁ ବରିଷ୍ଠ ନାଗରୀକ, ବିିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିବା ସହିତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ସହରରେ ଥିବା ଡଃ.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଅତିରିକ୍ତଜିଲାପାଳ ଭାସ୍କର ରଇତ, ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ରେସନ ଲାଲ ନାୟକ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନିଆଲ, ବିଶିଷ୍ଟ ନାଗରୀକ, ଶିକ୍ଷକ, ଶିକ୍ଷୟତ୍ରୀମାନେ ଯୋଗଦେଇ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

- Advertisement -

 

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories