ଶୁକ୍ରବାର ରାଶିଫଳ(୧୫/୦୪/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Apr 15, 2022 Share ମେଷ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। କ୍ଷମାଶୀଳ ହେବେ। ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ମିଥୁନ : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ୍ ହେବେ। ଜଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ। କର୍କଟ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହୋଇପାରନ୍ତି। ସର୍ବତ୍ର ବିଜୟୀ ହେବେ। ସିଂହ : ଭାଗ୍ୟଶାଳୀ ହେବେ। ଆଦର୍ଶବାଦୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ବଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। Related Posts ସାଢେ ୮ଟା ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା… May 5, 2024 ବିଦ୍ୟୁତ୍ ଆଘାତରେ ବାପାପୁଅ ମୃତ, ମାଆ ଗୁରୁତର May 5, 2024 କନ୍ୟା : ଆୟ, ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବିଦ୍ବାନ୍, ଶାସ୍ତ୍ରଜ୍ଞ ହେବେ। ତୁଳା : ଆପଣଙ୍କ ପ୍ରଗତି ପଥରେ ବିଘ୍ନକାରୀମାନେ ଅପଦସ୍ତ ହେବେ। ଏଥିପାଇଁ ବହୁ ବ୍ୟୟ କରିବାକୁ ପଡ଼ିବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। କର୍ମଚଞ୍ଚଳ ରହିବେ। ବିଛା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ଞାନୀ ହେବେ। ଧନୁ : ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। କୁଳଉଳକାରୀ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ମକର : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପତ୍ନୀ ସୁଶୀଳା, ଉତ୍ତମ ଗୃହିଣୀ ହେବେ କୁମ୍ଭ : ସ୍ବାଭିମାନୀ ହୋଇପାରନ୍ତି। ଯଦି ସହଯୋଗୀ ବ୍ୟବସାୟ ଥଏ; ତେବେ ତାହା ଲାଭଦାୟକ ହେବ। ଆଶୁ ସମସ୍ୟାର ମୁକାବିଲା କରିବାରେ ସିଦ୍ଧହସ୍ତ ହେବେ। ସାମାନ୍ୟ ଅସୁସ୍ଥତା ଥାଇ ମଧ୍ୟ କର୍ମଚଞ୍ଚଳ ରହିବେ। ମୀନ : ବ୍ୟବସାୟ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ। ମନରେ ଥିବା ଅହଂଭାବକୁ ସମର୍ପି ଦେଇପାରନ୍ତି। horoscope 15th April 2022odia news Share FacebookTwitterWhatsApp
Comments are closed.