www.samajalive.in
Tuesday, December 9, 2025
16.1 C
Bhubaneswar

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା

କଲମପୁର:କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ଗ୍ରାମ ପଞ୍ଚାୟତ ଅଧିନ ତୁନାପାରି ଠାରୁ ତିନି ଜଣ ଏକ ବାଇକରେ ତୁକୁଗୁଡାକୁ ଆସୁଥିବା ବେଳେ ତୁନାପାରି ମଶାଣି ନିକଟରେ ବାଇକଟି ଭାରସାମ୍ୟ ହରାଇ ପଡିଯାଇଥିଲା। ଫଳରେ ବାଇକ୍ ଚାଳକ ସହିତ ଏହି ବାଇକରେ ବସିଥିବା ଅନ୍ୟ ଦୁଇ ଆରୋହୀ ମଧ୍ୟ ଗୁରୁତର ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ୧୦୮ ଅମ୍ବୁଲାନ୍ସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ ଅଣାଯାଇଥିଲା। ଆହତ ମାନେ ହେଲେ ବାଇକ୍ ଚାଳକ ଶୁଣ୍ଢିଯୁବା ଗାଁର ସୋଭାସିଂ ମାଝୀ(୨୫), ତୁକୁଗୁଡା ଗ୍ରାମର ମୁତେସିଂ ମାଝୀ(୫୦) ଏବଂ ତୁକୁଗୁଡା ଗ୍ରାମର ବାସନ୍ତୀ ନାଏକ (୨୫)। ଏମାନଙ୍କ ମଧ୍ୟରୁ ବାସନ୍ତୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ଅବସ୍ଥା ଠିକ୍ ରହିଥିବା ସୂଚନା ଦେଇଛନ୍ତି ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ସମ୍ବିତ ବିଶ୍ବାଳ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories