www.samajalive.in
Saturday, December 13, 2025
23.1 C
Bhubaneswar

ବେଳାଭୂମି ସ୍ୱଚ୍ଛତା ପାଇଁ ଆସନ୍ତାକାଲି ଠାରୁ ‘ବିଚ୍‍ କନେକ୍ଟ’ କାର୍ଯ୍ୟକ୍ରମ

ଡେସ୍କ: ବେଳାଭୂମିର ସ୍ୱଚ୍ଛତା ରକ୍ଷା ପାଇଁ ଆସନ୍ତାକାଲି ଠାରୁ ବିଚ୍‍ କନେକ୍ଟ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତାକାଲି ସକାଳ ସାଢେ ୫ଟାରୁ ସାଢେ ୮ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବେଳାଭୂମିକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ପାଇଁ ପ୍ରୟାସ ଜାରି ରହିବ। ବେଳାଭୂମି ସହ ସମ୍ପୃକ୍ତ ଥିବା ବ୍ୟକ୍ତିମାନେ ବେଳାଭୂମି ସଫେଇ ସହ ବିଚ୍‍ ଯୋଗ, ବିଚ୍‍ ଭଲିବଲ, ବିଚ୍‍ କୁଇଜ୍‍, ଫନି ଗେମସ୍‍, ଗୋଟିପୁଅ ଓ ସମ୍ବଲପୁରୀ ନୃତ୍ୟ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ବେଳାଭୂମି ସଫା ରଖିବା ପାଇଁ ପର୍ଯ୍ୟଟକ ଓ ହୋଟେଲ ମାଲିକମାନଙ୍କୁ ସଚେତନ କରାଯିବ। ଏହା ସହ ଏକ ଅନଲାଇନ ଫଟୋ ପ୍ରତିଯୋଗିତା କରାଯିବ ବୋଲି ଶ୍ରୀ ସ୍ୱାଇଁ କହିଛନ୍ତି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories