www.samajalive.in
Saturday, December 13, 2025
26.1 C
Bhubaneswar

ବିଭିନ୍ନ ଦାବି ନେଇ ପୁଣି ଡ୍ରାଇଭର ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର : ଆଜି ଡ୍ରାଇଭର ମହାସଂଘର ପୁଣି ଆନ୍ଦୋଳନ ।ସମ୍ମାନ,ସୁରକ୍ଷା ଓ ବୀମା ଆଦି ବିଭିନ୍ନ ଦାବିରେ ଓଡିଶା ଡ୍ରାଇଭର ମହାସଂଘର ପକ୍ଷରୁ ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକରେ ହଜାର ହଜାର ଡ୍ରାଇଭର ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବିଭିନ୍ନ ଅଞ୍ଚଳରୁ ହଜାର ହଜାର ସଂଖ୍ୟାରେ ଡ୍ରାଇଭର ଆସି ଏକତ୍ରିତ ହେବାରୁ ରସୁଲଗଡ,ବାଣୀବିହାର ରାଜମହଲ,ଆଚାର୍ଯ୍ୟ ବିହାର,ଜୟଦେବ ବିହାର ଆଦି ଛକରେ ରାସ୍ତାଜାମ୍‍ ହୋଇଛି।
ଡ୍ରାଇଭରଙ୍କୁ ଦ୍ୱିତୀୟ ସୈନିକର ମାନ୍ୟତା ଦେବା ସହ ସେମାନଙ୍କୁ ଉଚିତ ବ୍ୟବହାର ପ୍ରଦର୍ଶନ ଲାଗି ଆଇନ ପ୍ରଣୟନ, ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ,ଦୁର୍ଘଟଣାରେ ମୃତ ଡ୍ରାଇଭରଙ୍କୁ ୨୦ ଲକ୍ଷ, ଆହତ ଡ୍ରାଇଭରଙ୍କୁ ୧୦ ଲକ୍ଷ ବୀମାରାଶି, ଦୁର୍ଘଟଣାରେ ଚିକିତ୍ସା ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ବୀମା ଯୋଗାଇ ଦିଆଯାଉ, ୫୫ ବର୍ଷ ପରେ ପେନସନ ଦେବାକୁ ଦାବି, ଡ୍ରାଇଭରଙ୍କୁ ଆବାସ ଯୋଜନାରେ ଗୃହନିର୍ମାଣ,ଡ୍ରାଇଭରଙ୍କ ପିଲାଙ୍କୁ ଉଚ୍ଚଶିକ୍ଷା ଲାଗି ବ୍ୟବସ୍ଥା କରାଯିବା, ଗାଡି ଗୁଡିକୁ ପାର୍କି ଏବଂ ଡ୍ରାଇଭର ମାନଙ୍କ ବିଶ୍ରାମ ପାଇଁ ବିଶ୍ରାମଗାର,ଶୌଚାଳୟର ବ୍ୟବସ୍ଥା, ଡ୍ରାଇଭର ମାନଙ୍କର ନିର୍ଦ୍ଧାରିତ ମୂଲ୍ୟାଙ୍କନ ଏବଂ ଗାଡି ଚଳାଇବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଉ ଆଦି ଦାବି ନେଇ ଡ୍ରାଇଭର ମହାସଂଘ ଆନ୍ଦୋଳନ କରିଛନ୍ତି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories