www.samajalive.in
Monday, December 8, 2025
14.1 C
Bhubaneswar

ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ; ସପ୍ତାହେ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦେଶ

ନୂଆଦିଲ୍ଲୀ: ଲଖିମପୁର ଖେରୀ ହିଂସା ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଝଟ୍‌କା ଲାଗିଛି। ଆଶିଷ ମିଶ୍ରଙ୍କ ଜାମିନ ଆବେଦନକୁ ସୁପ୍ରିମ କୋର୍ଟ ଖାରଜ କରି ଦେଇଛନ୍ତି। ସପ୍ତାହେ ମଧ୍ୟରେ ଆତ୍ମସମର୍ପଣ କରିବାକୁ ଆଶିଷଙ୍କୁ ନିର୍ଦେଶ ଦେଇଛନ୍ତି ସୁପ୍ରିକୋର୍ଟ।

ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ରାୟ ଶୁଣାଇଛନ୍ତି। ରାୟ ଶୁଣାଇବା ବେଳେ ସୁପ୍ରିମକୋର୍ଟ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ମଧ୍ୟ ମନ୍ତବ୍ୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଆହ୍ଲାବାଦ ହାଇକୋର୍ଟ ପୀଡ଼ିତ ପକ୍ଷକୁ ଶୁଣିନଥିଲେ ଏବଂ ତରବରିଆ ଭାବେ କୋର୍ଟ ଜାମିନ ପ୍ରଦାନ କରିଥିଲେ।

- Advertisement -

ଏଠାରେ ଉଲ୍ଲେଖଯୋଗ୍ୟ, ଆଶିଷ ମିଶ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟେନୀଙ୍କ ପୁଅ। ଲଖିମପୁରରେ କୃଷକଙ୍କ ଉପରେ ଗାଡ଼ି ଚଢାଇଦେବା ମାମଲାରେ ଆଶିଷଙ୍କ ନାଁ ଆସିଥିଲା। ଏହି ମାମଲାରେ ସୁପ୍ରିମକୋର୍ଟ ଏପ୍ରିଲ ୪ ତାରିଖରେ ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ଅକ୍ଟୋବର ୩ ତାରିଖରେ ଲଖିମପୁର ଖେରୀ ଜିଲ୍ଲାରେ ଏକ ବଡ଼ ହିଂସା ଘଟିଥିଲା, ଯେଉଁଥିରେ କୃଷି ଆଇନକୁ ବିରୋଧ କରୁଥିବା ଚାଷୀଙ୍କ ଉପରେ କାର ଚଢାଇ ହତ୍ୟା କରାଯାଇଥିଲା। ଏଥିରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କୁ ଫେବୃଆରୀ ୧୦ରେ ଆହ୍ଲାବାଦ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories