www.samajalive.in
Monday, December 8, 2025
17.1 C
Bhubaneswar

ଆଇନ ସଚେତନତା ଶିବିର ଅନୁଷ୍ଠିତ

ବୌଦ୍ଧ: ବୌଦ୍ଧଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଏକ ଆଇନସେବା ସଚେତନତା ଶିବିର ବୌଦ୍ଧ ବଘିଆପଡା ସ୍ଥିତ ଶିଳ୍ପ ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ  ଆଇନର ସିଆରପିସିରେ ଥିବା ବ୍ୟବସ୍ଥାମାନ ଯେପରିକି ଏତଲା, ଜାମିନ, ସମନ, ୱାରେଣ୍ଟ୍‌, ଅପିଲ, ଲିଗାଲ ରିପ୍ରେଜେନଟେସନ ଇତ୍ୟାଦି ସଂପର୍କରେ ଆଲୋଚନା କରାଯାଇ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା । ଜିଲା ଆଇନସେବା ପ୍ରାଧିକରଣର ସଚିବ ଚରଣଜିତ ଓରାମଙ୍କ ଅଧ୍ୟକ୍ଷତାରେ ପଳିଚାଳିତ ଏହି ତାଲିମ ଶିବିରରେ ଶିଳ୍ପ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀ, ଶିକ୍ଷକ  ଓ ଶକ୍ଷୟିତ୍ରୀ ମାନେ ବହୁ ସଂଖ୍ୟାରେ ଯୋଗଦେଇଥିଲେ ।

ଏଥିରେ ଜିଲା ଆଇନସେବା ପ୍ରାଧିକରଣର ପ୍ୟାନେଲ ଓକିଲ ବିକାଶ ଚନ୍ଦ୍ର ବେହେରା, ଶିଳ୍ପ ତାଲିମ କେନ୍ଦ୍ରର ଅଧିକାରୀ ସୁବୋଧ କୁମାର ପାଣିଗ୍ରାହୀ, ଶିକ୍ଷକ ମକରଧ୍ୱଜ ପାଢୀ ଏବଂ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କୁ ଆଇନର ମୌଳିକ ବିଷୟମାନ ଏବଂ ଏହାର ବିଭିନ୍ନ ଦିଗ ଉପରେ ସଚେତନ କରାଯାଇଥିଲା । ଏହାସହିତ ଆଇନସେବା ପ୍ରାଧିକରଣ ଦ୍ୱାରା ଉପଲବ୍ଧ ହେଉଥିବା ମୁକ୍ତ ଆଇନବୋ ଗୁଡିକ ବିଷୟରେ ମଧ୍ୟ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ଏହି ଆଇନ ସେଚତନତା ଶିବିର ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଅଭିନାଶ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories