www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ; କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି

ଭୁବନେଶ୍ୱର : କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯିବା ନେଇ ଆଜି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉପକୃତ ହେବେ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି।
ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ। ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।
ସୂଚନାଯୋଗ୍ୟ , ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories