www.samajalive.in
Thursday, December 11, 2025
26.1 C
Bhubaneswar

ଓଲଟିଲା ବସ, ୧୫ରୁ ଅଧିକ ଆହତ

ଲହୁଣିପଡ଼ା: ବରସୁଆଁଠାରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ ଦୁର୍ଘଟଣାରେ କେହି ମୃତାହତ ହୋଇନଥିବାବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ରାଉରକେଲାରୁ ବଡ଼ବିଲ ଯାଉଥିବାବେଳେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି।

 

- Advertisement -

ମିଳିଥିବା ସୂଚନା ଅନୁଯାୟୀ ଆଜି ରାଉରକେଲାରୁ ବଡ଼ବିଲ ଯାଉଥିବା ଯାତ୍ରୀବାହୀ ବସ ବରସୁଆଁଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତାରେ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଛି। ଫଳରେ ୧୫ଜଣ ଆହତ ହୋଇଛନ୍ତି। ରାସ୍ତା କାମ ଚାଲୁଥିବା କିମ୍ବା ରାସ୍ତା ଖରାପ ଥିବା କାରଣରୁ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଖବର ପାଇ ସ୍ଥାନୀୟ ଲୋକେ ଓ ପୁଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ବସରେ ଯାଉଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ଏବଂ ପ୍ରାଥମିକ ଚିକିତ୍ସା ପାଇଁ ନିକଟସ୍ଥ ମେଡ଼ିକାଲକୁ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories