www.samajalive.in
Friday, December 12, 2025
16.1 C
Bhubaneswar

ରାଜଭବନରେ ଜନଜାତି ଶିଳ୍ପୀ, କାରିଗର ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଜନଜାତିଙ୍କ ଇତିହାସ ଓ ଐତିହ୍ୟ ସର୍ବପ୍ରାଚୀନ । ତାଙ୍କର କଳା ଓ ସଂସ୍କୃତିରେ ଅଛି ଅନନ୍ୟ ଜୀବନବୋଧ । ଏହାର ସଂରକ୍ଷଣ ଓ ପ୍ରସାର ପାଇଁ ବିଶେଷ ଉଦ୍ୟମ ହେବା ଆବଶ୍ୟକ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି ।

ମଙ୍ଗଳବାର ରାଜଭବନରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତୀ ଜନଜାତି ଚିତ୍ରକର, ଶିଳ୍ପୀ ଓ କାରିଗରମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଭାବ ବିନିମୟ କରି ରାଜ୍ୟପାଳ ପ୍ରଫେସର ଲାଲ କହିଲେ ଯେ, ପ୍ରତିଭାର ପ୍ରକାଶ ଓ ବିକାଶ ନିମନ୍ତେ ଅନୁକୂଳ ପରିବେଶ ଦରକାର । ଜନଜାତିଙ୍କ ମଧ୍ୟରେ ଅଫୁରନ୍ତ ସୃଜନଶକ୍ତି ରହିଛି । ଏହି ପ୍ରତିଭା ଆହୁରି ପ୍ରସାରିତ ହେବା ଦରକାର, ଯେଉଁଥି ପାଇଁ ସରକାର ବିଭିନ୍ନ ସୁବିଧା ଉପଲବ୍ଧ କରାଉଛନ୍ତି । ଆଗାମୀ ଦିନରେ ଜନଜାତିଙ୍କ ସୃଜନ ପ୍ରତିଭାର ଉପଯୁକ୍ତ ମୂଲ୍ୟାୟନ ଓ ଆକଳନ ହୋଇପାରିବ ବୋଲି ରାଜ୍ୟପାଳ ଆଶା ପ୍ରକାଶ କରିଥିଲେ । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ସରକାରଙ୍କ ବିଭିନ୍ନ ପ୍ରୋତ୍ସାହନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ । ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦେଶକ ଡ. ଅଖିଳ ବିହାରୀ ଓତା ଓଡ଼ିଶାର ଜନଜାତି କଳା ଓ କାରିଗରୀ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories