www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟପାଳଙ୍କୁ ତୃତୀୟ ସମ୍ଫାଦନ ଏବଂ ଅନୁପାଳନ ରିପୋର୍ଟ ପ୍ରଦାନ କଲେ ପ୍ରଧାନ ମହାଲେଖାକାର

ଭୁବନେଶ୍ୱର: ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ଫାଦନ ଏବଂ ଅନୁପାଳନ ରିପୋର୍ଟ ୩’ ଲେଖା ପରୀକ୍ଷା ପ୍ରତିବେଦନ (ସିଏଜି ରିପୋର୍ଟ) ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରା ଆଜି ରାଜଭବନ ଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତିl ରାଜ୍ୟପାଳଙ୍କ ସହ ଅନୋପଚାରିକ ଆଲୋଚନା ଅବସରରେ ପ୍ରଧାନ ମହଲେଖାକାର ଶ୍ରୀ ବେହେରା ମହଲେଖାକାର କାର୍ଯ୍ୟାଳୟ ପକ୍ଷରୁ ଅଡିଟ ରିପୋର୍ଟ ପ୍ରସ୍ତୁତିରେ ପ୍ରାସଙ୍ଗିକ ଓ ନିର୍ଭର ଯୋଗ୍ୟ ସୂଚନା ସହ ଏକ ସ୍ୱଚ୍ଛ ଓ ଗୁଣାତ୍ମକ ରିପୋର୍ଟ ପ୍ରସ୍ତୁତି ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେl ରିପୋର୍ଟ ପ୍ରଦାନ ସମୟରେ ଉପ ମହଲେଖାକାର ପ୍ରିନସନ ଭର୍ଗିଜ ଉପସ୍ଥିତ ଥିଲେl

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories