www.samajalive.in
Sunday, December 14, 2025
15.1 C
Bhubaneswar

ଉତ୍କଳମଣି ସ୍ମୃତି ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁଆଣ୍ଡୋ :  ପୁରୀ ଜିଲା ସାକ୍ଷୀଗୋପାଳ ଉତ୍କଳମଣି ସ୍ମୃତି ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି। ଏଥିରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ। ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରାଯାଇ ଆନୁଷ୍ଠାନିକ ଭାବେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା । ଉତ୍ସବରେ ମୋ ସ୍କୁଲ ଓ ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନ ସଭାପତି ଆକାଶ ଦାସ ନାୟକ ମୁଖ୍ୟ ବକ୍ତା ଭାବେ ଓ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ । ଛାତ୍ରଛାତ୍ରୀମାନେ ଆବାହନୀ ସଙ୍ଗୀତ ଗାନ କରିଥିଲେ । ସସ୍ମିତା ପ୍ରଧାନ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶୁଭ୍ରଜିତ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଭିନ୍ନ ବିଭାଗର ଶ୍ରେଷ୍ଠ  ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ସେହିପରି ପାରା ଆଥଲେଟିକ ଜୟନ୍ତୀ ବେହେରାଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ରତିକାନ୍ତ ପରିଡା ସଭାପତିତ୍ୱ କରିଥିଲେ । ୨୫୦୦ ଛାତ୍ରଛାତ୍ରୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବେଳେ ଶିକ୍ଷାଦାନ ପାଇଁ ଅଧ୍ୟାପକଙ୍କ ଅଭାବ ରହିଛି ବୋଲି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories