www.samajalive.in
Saturday, December 13, 2025
21.1 C
Bhubaneswar

ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ

କଲମପୁର: କଲମପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ  କଲମପୁର ବ୍ଲକସ୍ତରୀୟ ଆୟୁଷ୍ମାନ ସ୍ୱାସ୍ଥ୍ୟମେଳା ଆୟୋଜିତ ହେଇଯାଇଛି । ବିଭିନ୍ନ ରୋଗର ନିରାକରଣକୁ ନେଇ ଏହି ମେଳାର ଆୟୋଜନ ହୋଇଥିବା ବେଳେ ଏଠାରେ ଆୟୁର୍ବେଦ ଓ ହୋମିଓପ୍ୟାଥି ଚିକିତ୍ସା ପଦ୍ଧତି ଉପରେ ମଧ୍ୟ ରୋଗୀଙ୍କ ସେବା କରିବାକୁ ପ୍ରଧାନ୍ୟ ଦିଆଯାଇଥିଲା ।

କୁଷ୍ଠ, ଯକ୍ଷ୍ମା, ଭେଷଜ, ଶିଶୁ ରୋଗ ଏବଂ ମହିଳା ଓ ପ୍ରସୁତି ରୋଗ ବିଭାଗର ପ୍ରାୟ ୯ଶହ ରୋଗୀ ନିଜ ନାମ ପଞ୍ଜିକୃତ କରାଇଥିଲେ ।  ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ସହ ରୋଗ ନିରୁପଣ କରାଇଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଜୁନାଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ରୋଗ ବିଶେଷଜ୍ଞ ଡାକ୍ତର ମାନେ ଉପସ୍ଥିତ ରହି ରୋଗୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିଥିଲେ । ଏହି ସ୍ୱାସ୍ଥ୍ୟ ମେଳାକୁ ଧର୍ମଗଡ ବିଧାୟକ ମୌଷଧି ବାଗ ଉଦଘାଟନ କରିଥିବା ବେଳେ ସାଂସଦଙ୍କ ପ୍ରତିନିଧି ସୁଧିର ରଞ୍ଜନ ପାଟ୍ଟଯୋଷୀ, ଅତିରିକ୍ତ ଜିଲା ସ୍ୱାସ୍ଥ୍ୟ ଅଧିକାରୀ ଚନ୍ଦ୍ରକାନ୍ତୀ ଆଚାର୍ଯ୍ୟ, ଶିଶୁ ଓ ମହିଳା ବିକାଶ ଅଧିକାରୀ ନିୟତୀ ବାଳା ସୋରେନ, ଜିଲ୍ଲା ପରିଷଦ ସଭ୍ୟା ନିବେଦିତା ହଂସ ଓ ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

- Advertisement -

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶିବାଶିଷ ସ୍ୱାଇଁ ଅଧ୍ୟକ୍ଷତା କରିଥିବା ବେଳେ ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ ଅଧିକାରୀ ହେମନ୍ତ ଶଗଡିଆ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୃତ୍ୟୁଞ୍ଜୟ ମହାନ୍ତି, ଡାକ୍ତର ଜ୍ୟୋତିକ୍ରିଷ୍ଣା ମାଝୀ ପ୍ରମୁଖ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଥିଲେ । ଏହାସହ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଡାକ୍ତର ଓ କର୍ମଚାରୀ, ଆଶା ଓ ଅଙ୍ଗନୱାଡି କର୍ମୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ଏହାସହ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଷ୍ଟଲ ମାନ ପ୍ରଦର୍ସିତ କରାଯାଇଥିଲା ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories