www.samajalive.in
Monday, December 15, 2025
24.1 C
Bhubaneswar

ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା

କଣ୍ଟାବାଞ୍ଜି : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ପାସ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସିଆରସିସି ଅମରେନ୍ଦ୍ର କୁମାର ବାଗ, ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଥମିର ଛତ୍ରିଆ, ଶିକ୍ଷକ କିଶୋର ବରିହା ଓ ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି ଯୋଗଦେଇଥିଲେ । ଶ୍ରୀ ଦାଶ ସର୍ବ ପ୍ରଥମେ ସଭାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ତାପରେ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଆଗକୁ ଭଲ ପାଠପଢି ବିଦ୍ୟାଳୟର ତଥା ବାପା ମାଆଙ୍କ ସୁନାମ ରଖିବାକୁ ଉପଦେଶ ଦେଇଥିଲେ। ବିଦାୟ ଛାତ୍ରଛାତ୍ରୀ ମାନଙ୍କୁ ଗଳ୍ପ ପୁସ୍ତକ ଓ କଲମ ପ୍ରଦାନ କରାଯାଇଥିଲା। ତା’ପରେ ସମସ୍ତ ଛାତ୍ରଛାତ୍ରୀ ସୁସ୍ବାଦୁ ଭୋଜନ କରି ସାରିବା ପରେ ଘରକୁ ଯାଇଥିଲେ। ଏହି ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟା ଓ ଅଭିଭାବକ ଉପସ୍ଥିତ ଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories