www.samajalive.in
Monday, December 15, 2025
14.1 C
Bhubaneswar

ସାପ୍ତାହିକ ରାଶିଫଳ ୨୪-୩୦.୦୪.୨୦୨୨

ମେଷ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ଗୁରୁବାର ଓ ଶୁକ୍ରବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଶନିବାର ମଧ୍ୟମ ଫଳ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କୁ ପୂଜା କରନ୍ତୁ।
ବୃଷ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳ ଓ ବୁଧବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ବାକ୍‌ସଂଯମୀ ହେବେ। ଶନିବାର ଭାଗ୍ୟରେ ପରିବର୍ତ୍ତନ ହେବ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣ ପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ନୂତନ ବ୍ୟବସାୟ ଆରମ୍ଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଚିନ୍ତିତ ରହିବେ। ମଙ୍ଗଳବାର ଓ ବୁଧବାର ଆୟବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ଯାତ୍ରା ଜନିତ କ୍ଳେଶ ଦେଖାଦେବ। ମଙ୍ଗଳବାର ଓ ବୁଧବାର ଶତ୍ରୁ ଦ୍ବାରା ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଦୂରଯାତ୍ରା କରିପାରନ୍ତି। ମଙ୍ଗଳବାର ଓ ବୁଧବାର ପ୍ରସନ୍ନ ଚିତ୍ତ ହେବେ। ଗୁରୁବାର ଓ ଶୁକ୍ରବାର ଅର୍ଥବ୍ୟୟ ହେବ। ଶନିବାର କ୍ୟାରିୟର ପ୍ରତି ଯତ୍ନଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଲଳିତା ସହସ୍ର ନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟରେ ପଦୋନ୍ନତି ମିଳିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ସଫଳତା ପାଇବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ପାରିବାରିକ ଶାନ୍ତି ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ବିବାଦରେ ପଡ଼ିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ବିଷାଦଗ୍ରସ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ବିଶ୍ବାସଘାତକତାର ସମ୍ମୁଖୀନ ହେବେ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ପ୍ରାପ୍ତି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପରୋପକାରୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ମିଳିବ। ମଙ୍ଗଳବାର ଓ ବୁଧବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କ୍ରିୟାଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ଜଗିରଖି ଚଳିବେ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ବିଫଳତା ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories