ରାଜ୍ୟରେ କରନି ବିଦ୍ୟୁତ୍‌ କାଟ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ସହ ଗ୍ରାମାଞ୍ଚଳରେ ଯେପରି ବିଦ୍ୟୁତ୍‌ ଯୋଗାଣ ନିବଚ୍ଛିନ୍ନ ରହିବ ସେନେଇ ଧ୍ୟାନ ଦେବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏଥି ସହିତ ରାଜ୍ୟରେ ଅସହ୍ୟ ଖରା ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ସରକାର ସଜାଗ ରହିଛନ୍ତି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ହେବା ପରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

prayash

ଅନ୍ୟପଟେ ରାଜ୍ୟରେ ଦିନକୁ ଦିନ ଅସହ୍ୟ ତାତି ହେଉଛି । ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହୁଛି । ରାଜଧାନୀ ଭୁବନେଶ୍ୱରରେ ଗତକାଲି ୪୩ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ଆଗାମୀ ୨୭ ତାରିଖ ଯାଏ ଏପରି ପ୍ରବଳ ଖରା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

kalyan agarbati

Comments are closed.