www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତା ଶିକ୍ଷାବର୍ଷରୁ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ଆରମ୍ଭ ହେବ ପାଠପଢା

ଭୁବନେଶ୍ୱର: ଆସନ୍ତା ଶିକ୍ଷାବର୍ଷରୁ ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ପାଠପଢା ଆରମ୍ଭ ହେବ ବୋଲି ଇଲେକେଫ୍ରାନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ନୂତନ କୋଠା ପରିଦର୍ଶନ ଅବସରରେ ସୂଚନା ଦେଇଛନ୍ତି। ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ବେହେରା ମହାବିଦ୍ୟାଳୟର ନୂତନ କୋଠାର ଏକାଡେମୀ ବ୍ଲକ, ପୁରୁଷ ଓ ମହିଳା ହଷ୍ଟେଲ ନିର୍ମାଣ ଏବଂ ବିଭିନ୍ନ ଆନୁସଙ୍ଗିକ କାର୍ଯ୍ୟସ୍ଥଳ ବୁଲି ଦେଖିବା ସହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ସବୁବେଳେ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରାଧାନ୍ୟ ଦେଇଆସୁଛି । ବିଦ୍ୟାଳୟସ୍ତରରେ ଭଲ କ୍ରୀଡ଼ାବିତ୍‌ ସୃଷ୍ଟି ନିମନ୍ତେ ପିଇଟି ଶିକ୍ଷକ ନିଯୁକ୍ତି ଉପରେ ସରକାର ବେଶ ଗୁରୁତ୍ୱ ଦେଉଛନ୍ତି । କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପରିଚାଳିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ପିଇଟି ଶିକ୍ଷକ ସୃଷ୍ଟି କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ଏଠାରୁ ଶିକ୍ଷାଗ୍ରହଣ କରି ଅନେକ ବିଭିନ୍ନ ଶିକ୍ଷନୁଷ୍ଠାନମାନଙ୍କରେ ପିଇଟି ଶିକ୍ଷକ ଭାବେ କାର୍ଯ୍ୟ କରିଆସୁଛନ୍ତି । ତେଣୁ ଓଡ଼ିଶାକୁ ଏକ କ୍ରୀଡ଼ା ହବ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କର ଯେଉଁ ସ୍ୱପ୍ନ ରହିଛି, ତାହାର ସଫଳ ରୂପାୟନ ନେଇ ଆମ ସମସ୍ତଙ୍କୁ ଆଗଭର ହୋଇ କାର୍ଯ୍ୟ କରିବାକୁ ପଡିବ ବୋଲି ମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।
ଏହି ଶାରୀରିକ ଶିକ୍ଷାବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟ ରଖି ତମାଣ୍ଡୋ ଠାରେ ଉନ୍ନତ ଭିତ୍ତିଭୂମି ଥାଇ ମହାବିଦ୍ୟାଳୟ ନିର୍ମାଣ ଦ୍ରୁତ ଗତିରେ ଆଗେଇ ଚାଲିଛି। ଜମି ଚିହ୍ନଟ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ କ୍ରୀଡ଼ାମନ୍ତ୍ରୀ ଶ୍ରୀ ବେହେରା ଅନେକ ବାର ଗସ୍ତ କରି ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ସହ ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ମହାବିଦ୍ୟାଳୟର କୋଠା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ବାକିଥିବା କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ଉପରେ ମନ୍ତ୍ରୀ ଠିକା ସଂସ୍ଥା ତଥା ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଫଳରେ ଆସନ୍ତା ଶିକ୍ଷା ବର୍ଷରୁ ନୂତନ କୋଠାରେ ପାଠପଢା ଆରମ୍ଭ ନେଇ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ତାହା ପୂରଣ ହୋଇପାରିବ। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କ୍ରୀଡ଼ା ଓ ଯୁବସେବା ବିଭାଗ, ପୂର୍ତ୍ତ ଏବଂ ନିର୍ମାଣ ଦାୟିତ୍ୱ ନେଇଥିବା ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories