www.samajalive.in
Sunday, December 7, 2025
26.1 C
Bhubaneswar

୭ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ; ମାଫିଆ ଗିରଫ

ମୋହନା : ପ୍ରାୟ ୭ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି। ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ମୋହନା ଥାନା ଏସଆଇ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ତତ୍ତ୍ଵାବଧାନରେ କର୍ମଚାରୀମାନେ ମିଳିତ ଭାବେ ମଙ୍ଗଳବାର ଅପରାହ୍ନରେ ମୋହନା ଥାନା ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ଅଠରନଳା ପୋଲ ନିକଟରେ ଏକ ଟିଭିଏସ ଗାଡିକୁ ଅଟକାଇ ଯାଞ୍ଚ କରିବା ବେଳେ ଗାଡ଼ିର ପଛ ପଟେ ୨ଟି ଜରି ଅଖାରୁ ଗଞ୍ଜେଇ ଜବତ କରିଥିଲେ। ବସ୍ତା ଗୁଡିକୁ ମୋହନା ଅତିରିକ୍ତ ତହସିଲଦାର ସୁଧାଂଶୁ ଭୂଷଣ ପଲାଇଙ୍କ ଉପସ୍ଥିତିରେ ଓଜନ କରିବାରୁ ତାହା ୭୦ କିଲୋ ହୋଇଥିଲା । ଗଞ୍ଜେଇ ମାଫିଆ ଗଞ୍ଜାମ ଜିଲ୍ଲା ପାଟପୁର ଗ୍ରାମର ରବି ସାହୁ ଚୁଡଙ୍ଗପୁର  ଅଞ୍ଚଳରୁ ଗଞ୍ଜେଇ ସଂଗ୍ରହ କରି ନିଜ ଗ୍ରାମକୁ ନେଉଥିବା କହିଛନ୍ତି।। ଏହା ସହ ଗଞ୍ଜେଇ ମାଫିଆଙ୍କ ଠାରୁ ନଗଦ ୨ ହଜାର ଟଙ୍କା ଓ ୨ଟି ମୋବାଇଲ ପୁଲିସ ଜବତ କରିଛି। ଜବତ ଗଞ୍ଜେଇର  ଆନୁମାନିକ ବଜାର ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories