www.samajalive.in
Sunday, December 7, 2025
26.1 C
Bhubaneswar

ଆତଙ୍କବାଦୀଙ୍କ ଗ୍ରେନେଡ୍‍ ମାଡ଼ରେ ପୁଲିସ ସହିଦ

ଶ୍ରୀନଗର: ଆତଙ୍କବାଦୀଙ୍କ ଗ୍ରେନେଡ୍‍ ମାଡ଼ରେ ଜଣେ ପୁଲିସ କର୍ମଚାରୀ ସହିଦ ହୋଇଛନ୍ତି। ପୁଲିସ ସୂଚନା ଅନୁଯାୟୀ, ଦକ୍ଷିଣ କାଶ୍ମୀରର ସୋଫିଆନ୍‍ ଜିଲାରେ ଆଜି ସକାଳେ ଆତଙ୍କବାଦୀମାନେ ଏକ ପୁଲିସ ଷ୍ଟେସନ୍‍ ଉପରକୁ ଗ୍ରେନେଡ୍‍ ମାଡ଼ କରିଥିଲେ। ପରେ ପରେ ସେମାନେ ଷ୍ଟେସନ୍‍ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିଲେ। ଏଥିରେ କାର୍ଯ୍ୟରତ ଜଣେ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ନିକଟସ୍ଥ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଆତଙ୍କବାଦୀମାନେ ନିକଟସ୍ଥ ଜଙ୍ଗଲକୁ ଲୁଚି ଚାଲି ଯାଇଥିବା ସୂଚନା ମିଳିଛି। ଉକ୍ତ ଅଞ୍ଚଳକୁ ସୁରକ୍ଷା କର୍ମୀମାନେ ଚାରିପଟୁ ଘେରି ତଲାସୀ ଅଭିଯାନ ଆରମ୍ଭ କରିଛନ୍ତି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories