www.samajalive.in
Sunday, December 7, 2025
23.1 C
Bhubaneswar

ଖରା ଦେଖି ସ୍କୁଲ ଖୋଲିବା ପାଇଁ ନିଆଯିବ ନିଷ୍ପତ୍ତି -ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଖରା ସହ ଗ୍ରୀଷ୍ମ ପ୍ରବାହ। ଖରା ପାଇଁ ଏପ୍ରିଲ ୨୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ  ବିଦ୍ୟାଳୟ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ବେଳେ ଖରା ଦେଖି ସ୍କୁଲ ଖୋଲିବା ପାଇଁ ପୁଣି ନିଷ୍ପତ୍ତି ନିଆଯିବ ବୋଲି ଆଜି ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ଏପ୍ରିଲ ୩୦ ଯାଏଁ ସ୍କୁଲ ଛୁଟି ରହିଛି। ୩୦ ପରେ ଗ୍ରୀଷ୍ମ ପ୍ରବାହର ସ୍ଥିତି ସହ ଦେଖି ନିଷ୍ପତ୍ତି ନିଆଯାଇପାରେ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନା ଯୋଗ୍ୟ ,ଏପ୍ରିଲ ୨୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ୫ଦିନ ପର୍ଯ୍ୟନ୍ତ ଛୁଟି ରହିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ଉଭୟ ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ। ତେବେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ସମସ୍ତ ସ୍କୁଲ ଛୁଟି ସତ୍ତ୍ବେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଚାଲୁ ରହିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ  କରିଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories