www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ ଅଦାଲତ

ଭୁବନେଶ୍ୱର: ରାଜ୍ୟରେ ୩୪ଟି ନୂଆ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବକୁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ମଞ୍ଜୁରୀ ପ୍ରଦାନ କରିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟ୍‍କୁ ଅନୁମୋଦନ ମିଳିଛି।

ଏହି ୩୪ଟି ଅଦାଲତ ମଧ୍ୟରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ସହ ଭୁବନେଶ୍ୱରରେ ୨ଟି, ବାଲେଶ୍ୱର ଜିଲ୍ଲାର ସୋରୋ, ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର. ଉଦୟଗିରି ଠାରେ ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ମିଳିଛି। ଏଥି ସହିତ ନୟାଗଡ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଏବଂ ବଡମ୍ବା, ଗଞ୍ଜାମ ଜିଲ୍ଲାର ସୋରଡା ଏବଂ ସୋନପୁର ଜିଲ୍ଲାର ରାମପୁର ଠାରେ ଗୋଟିଏ ଲେଖାଏଁ ସିଭିଲ ଜଜ କୋର୍ଟ (ସିନିଅର ଡିଭିଜନ) ପ୍ରତିଷ୍ଠା ହେବ।

- Advertisement -

ଅନ୍ୟପକ୍ଷରେ ବଲାଙ୍ଗିରର ତୁଷରା, ଢେଙ୍କାନାଳ, ବାଲେଶ୍ୱରର ସୋରୋ, ସିମୁଳିଆ, ବାହାନାଗା ଏବଂ ଜଳେଶ୍ୱର, ଯାଜପୁରର ଚଣ୍ଡିଖୋଲ, ଦେବଗଡର ବାରକୋଟ, ଜଗତ୍‍ସିଂହପୁରର ନାଉଗାଁ ଏବଂ କନ୍ଧମାଳର କେ.ନୂଆଗାଁ ଏବଂ ଖଜୁରୀପଡାରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ପ୍ରତିଷ୍ଠା ହେବ। କମିଟି ମଧ୍ୟ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦେଇଛନ୍ତି। ଏଥିରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗିର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲାରେ ଗୋଟିଏ ଲେଖାଏଁ ଲିଭ୍‍ ରିଜର୍ଭ ଅଦାଲତ ପ୍ରତିଷ୍ଠା ହେବ।

ସେହିପରି ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ବ୍ରହ୍ମପୁର ଠାରେ ୪ଟି ବାଣିଜ୍ୟିକ ଅଦାଲତ ଓ ନୟାଗଡ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍‍ କୋର୍ଟ (ସିନିଅର ଡିଭିଜନ) ପ୍ରତିଷ୍ଠାକୁ ଅନୁମୋଦନ ମିଳିଛି। ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା, ସିଭିଲ ଜଜ୍‍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦ କୋଟି, ସିଭିଲ ଜଜ୍‍ (ଜୁନିଅର ଡିଭିଜନ) ଓ ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି।

ଏହି ଉଚ୍ଚ କ୍ଷମତା ସମ୍ପନ୍ନ କମିଟିରେ ଆଇନ୍‍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍‍ ସଚିବ ପ୍ରତାପ କୁମାର ପାତ୍ର ଅଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories