www.samajalive.in
Thursday, December 11, 2025
13.1 C
Bhubaneswar

ତାତି ପାଇଁ ୧୧ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ଜରି ରହିଛି ଗ୍ରୀଷ୍ମପ୍ରବାହ । ଗତକିଛି ଦିନ ହେବ ଅସହ୍ୟ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଛି । ଆଜି ପୁଣି ୧୧ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ୱଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ଜାରି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ୧୧ ଜିଲ୍ଲାରେ ଆଜି ପ୍ରବଳ ଖରା ହେବା ସହ ତାତି ବଢ଼ିବ ବୋଲି କୁହାଯାଇଛି । ତାହା ସହ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୨ ଦିନ ଯାଏ ତାତିରୁ ଆଶ୍ୱସ୍ତି ମିଳିବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୩ରୁ ୫ଡିଗ୍ରୀ ଯାଏ ତାପମାତ୍ରା ବଢ଼ିବ ବୋଲି କୁହାଯାଇଛି ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories