www.samajalive.in
Sunday, December 14, 2025
26.1 C
Bhubaneswar

୧୨ ନୂଆ ଆକ୍ରାନ୍ତ ଚିହ୍ନଟ ; ୨୨ଜିଲ୍ଲା କରୋନା ମୁକ୍ତ

ଭୁବନେଶ୍ୱର :  ରାଜ୍ୟରେ ଗୋଟିଏ ଦିନରେ ଆଉ ୧୨  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୦୪୬କୁ ବୃଦ୍ଧି ପାଇଛି । ସଙ୍ଗରୋଧରୁ ୭ଜଣ, ସ୍ଥାନୀୟ ଅଞ୍ଚଳରୁ ୫ ଓ ୧୮ ବର୍ଷରୁ କମ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରୁ ଜଣେ ଓ କଟକ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଷ୍ଟେଟ ପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -

ରାଜ୍ୟର ୨୨ଜିଲ୍ଲା କରୋନା ମୁକ୍ତ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟ ସଂଖ୍ୟା ୧୨ଲକ୍ଷ ୭୮ ହଜାର ୭୮୯ ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories