www.samajalive.in
Friday, December 12, 2025
19.1 C
Bhubaneswar

ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ

ଭୁବନେଶ୍ବର: ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କଲେ ରାଜ୍ୟ ସରକାର। ମେ’ ୨ ତାରିଖରୁ ସକାଳ ୬ରୁ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ। ତୃତୀୟରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସକାଳ ୬ରୁ ସ୍କୁଲ ଆସିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ବୋର୍ଡ ଓ ପରିଷଦ ପକ୍ଷରୁ ଚାଲିଥିବା ପରୀକ୍ଷା ଅପରିବର୍ତ୍ତିତ ରହିବ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏନେଇ ଏପ୍ରିଲ ୨୫ ତାରିଖରୁ ୫ ଦିନ ପାଇଁ ସରକାର ସ୍କୁଲ କଲେଜ ବନ୍ଦ ଘୋଷଣା କରିଛନ୍ତି । ତେବେ ଆହୁରି ଖରା ବଢିବାର ସମ୍ଭାବନା ଥିବାରୁ ପୁଣି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories