www.samajalive.in
Monday, December 15, 2025
14.1 C
Bhubaneswar

ଏଣିକି ଶିକ୍ଷାନୁଷ୍ଠାନରେ ଓଡ଼ିଆରେ ନାମଫଳକ

ଭୁବନେଶ୍ୱର: ଏଣିକି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ରହିବ ଓଡ଼ିଆ ଭାଷାରେ ନାମଫଳକ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ନାମଫଳକ ଓଡ଼ିଆ‌ ଭାଷାରେ ଲେଖିବା ନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଏବଂ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଭାରତର ପ୍ରତ୍ୟେକ ରାଜ୍ୟରେ ଇଂରାଜୀ ଭାଷା ସହିତ ପ୍ରାଦେଶିକ ଭାଷାକୁ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଶିକ୍ଷାନୁଷ୍ଠାନରେ ନାମଫଳକ ଇଂରାଜୀ ସହ ପ୍ରାଦେଶିକ ତଥା ସ୍ଥାନୀୟ ଭାଷାରେ ଲେଖାଯାଉଛି। ସେହି ଅନୁଯାୟୀ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ନାମଫଳକ ଓଡ଼ିଆ ଭାଷାରେ ଲେଖାଗଲେ ଓଡ଼ିଆ ଭାଷାର ଗୌରବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଏହାକୁ ଗୁରୁତ୍ୱ ଦେଇ ପ୍ରତ୍ୟେକ ଶିକ୍ଷାନୁଷ୍ଠାନ ସହିତ ଅଧିକାରୀମାନଙ୍କ ନାମଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଭାବରେ ଲେଖିବା ସହିତ ଆସନ୍ତାତିନି ସପ୍ତାହ ମଧ୍ୟରେ ଏହାର ଅନୁପାଳନ କରାଯାଇ ସରକାରଙ୍କ ଅବଗତି ନିମନ୍ତେ ଜଣାଇବାକୁ ନିର୍ଦେଶ ଦିଆଯାଇଛି। ସୂଚନା ଅନୁସାରେ ୨୦୧୮ ମାର୍ଚ୍ଚ ୧୪ରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଓଡ଼ିଆରେ ନାମଫଳକ ଲେଖିବାକୁ ବାଧ୍ୟତାମୂଳକ କରିବାକୁ ନିଷ୍ପତ୍ତି ହୋଇଥିଲା। ଯାହା ୨୦୧୮ ଏପ୍ରିଲ ୧ ଠାରୁ ରାଜ୍ୟରେ କାର୍ଯ୍ୟକାରୀ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories