www.samajalive.in
Thursday, December 11, 2025
18.1 C
Bhubaneswar

ଆନ୍ତର୍ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତା, ତୃପ୍ତି ପ୍ରିୟଦର୍ଶିନୀଙ୍କୁ ମିଳିଲା ସ୍ୱର୍ଣ୍ଣ ପଦକ

ପିପିଲି:ଓଡିଶା ଟାଇକୋଣ୍ଡ ସଂଘ ଓ ଥାଇଲାଣ୍ଡର ହିରୋସ ସଂସ୍ଥାର ମିଳିତ ଆନୁକୂଲ୍ୟରେ ଆଭାସି ମାଧ୍ୟମରେ ଅନୁଷ୍ଠିତ ଆନ୍ତର୍ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ପିପିଲି ଟାଇକୋଣ୍ଡ ଏକାଡେମୀର ତୃପ୍ତି ପ୍ରିୟଦର୍ଶିନୀ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ଶୁଭଶ୍ରୀ ଶୁଭସ୍ମିତା ରୌପ୍ୟ ପଦକ ହାସଲ କରିଥିବାବେଳେ ତୁଳସୀ ଟୁଡୁ ଓ ସେକ୍‍ ସାବିର କାଂସ୍ୟ ପଦକ ହାସଲ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପିପିଲି ଟାଇକୋଣ୍ଡ ଏକାଡେମୀର ମୁଖ୍ୟ ନୃସିଂହ ସିଂହଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କ୍ରୀଷ୍ଣା ଗାର୍ଡେନ ଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବରେ ଅତିଥି ଭାବେ ପିପିଲି ଥାନାଧିକାରୀ ଅଭିମନ୍ୟୁ ନାୟକ ଓ ଏକାଡେମୀର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ପ୍ରଧାନ ପ୍ରମୁଖ ଯୋଗଦେଇ କୃତୀ କ୍ରୀଡାବିତ୍‍ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories