www.samajalive.in
Saturday, December 13, 2025
26.1 C
Bhubaneswar

ଭାରତୀୟ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ପ୍ରକାଶ, ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ

ଭୁବନେଶ୍ବର: ବ୍ରଜାରାଜ ନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା। ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ। ବିଜେଡ଼ିର ବରିଷ୍ଠ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏଠାରେ ବିଧାନସଭା ଆସନ ଖାଲିପଡ଼ିଥିଲା। ଉପନିର୍ବାଚନ ପାଇଁ ମେ’ ୪ରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି। ମେ’ ୪ରୁ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିପାରିବେ। ଅପରପକ୍ଷରେ ମେ’ ୧୨ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବାକୁ ଥିବାବେଳେ ମେ’ ୧୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି। ବ୍ରଜରାଜନଗର ଉପନିର୍ବାଚନ ପାଇଁ ମେ’ ୩୧ ରେ ଭୋଟ ଗ୍ରହଣ କରାଯିବ ଏବଂ ଜୁନ ୩ ତାରିଖରେ ଗଣତି ହେବ। ଜୁନ ୫ ତାରିଖରେ ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ ବୋଲି ଆଜି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories