www.samajalive.in
Monday, December 15, 2025
24.1 C
Bhubaneswar

ମଙ୍ଗଳବାର ରାଶିଫଳ(୦୩/୦୫/୨୦୨୨)

ମେ​ଷ :​‌  ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି। ମାଲିମୋକଦ୍ଦମାରେ ଜିଣିବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିବେ।

ମିଥୁନ : ଚଞ୍ଚଳ ସ୍ବଭାବର ହେବେ। ଭାଷା ଓ ବ୍ୟବହାରର ମାଧୁରିମାରେ ଶତ୍ରୁର ମଥାନଥ କରିପାରନ୍ତି। ସାମାଜିକ ସ୍ତରରେ ପ୍ରଭାବହୀନ ହୋଇପାରନ୍ତି। ଖର୍ଚ୍ଚ ପରିଣାମ ବୃଦ୍ଧି ପାଇବ। ନୀତିନିଷ୍ଠ, ସାହସୀ ଓ ଜ୍ଞାନୀ ହେବେ।

କର୍କଟ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ସିଂହ : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପ୍ରତିହିଂସା ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ବିଛା : ବନ୍ଧୁ ଓ ହିତାକାଙ୍‌କ୍ଷୀଙ୍କ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

ଧନୁ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ମକର : କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

କୁମ୍ଭ : ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଯାନବାହନ ସୁଖ ମିିଳିବ। ବୁଦ୍ଧିମାନ ହେବେ।

ମୀନ : ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଆଦରି ନେଇପାରନ୍ତି। ବ୍ୟୟଭାର ବୃଦ୍ଧି ହେବ। ଗୁପ୍ତବିଦ୍ୟାରେ ରୁଚି ରହିବ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories