www.samajalive.in
Tuesday, December 9, 2025
16.1 C
Bhubaneswar

ଆସୁଛି ବାତ୍ୟା; ୭ରେ ମିଳିବ ସ୍ପଷ୍ଟ ଚିତ୍ର !

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଭିତରେ ଡରାଇଲାଣି ବାତ୍ୟା । ଆସନ୍ତା ୭ ତାରିଖରେ ବାତ୍ୟାର ସ୍ପଷ୍ଟ ଚିତ୍ର ମିଳିବା ନେଇ ଅନୁମାନ କରାଯାଉଛି । ୧୦ ତାରିଖ ବେଳକୁ ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ । ଏନେଇ ବିଭିନ୍ନ ମଡେଲ ପକ୍ଷରୁ ଭିନ୍ନ ଭିନ୍ନ ତଥ୍ୟ ସାମ୍ନାକୁ ଆସିଥିଲେ ମଧ୍ୟ ବାତ୍ୟାକୁ ନେଇ ଆଇଏମଡି କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ ।

ହେଲେ ଆଇଏମଡି ପକ୍ଷରୁ କୁହାଯାଇଛି କି ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହେବ । ୬ ତାରିଖ ବେଳକୁ  ସମ୍ପୃକ୍ତ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦିଆଯାଇଛି ।

- Advertisement -

ପରେ ପରେ ଏହା ଆହୁରି ଘନିଭୂତ ହୋଇ ୨୪ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ୭ ତାରିଖ ବେଳକୁ ଏହାର ସ୍ପଷ୍ଟ ଚିତ୍ର ଆସିବ ବୋଲି କୁହାଯାଉଛି । ଅନ୍ୟପଟେ ଏହି ଲଘୁଚାପ ଦକ୍ଷିଣ ଆଣ୍ଡାମାନ ସାଗରରେ ବାତ୍ୟାର ରୂପ ନେବା ନେଇ କୌଣସି ସ୍ପଷ୍ଟ ଚିତ୍ର ନଆସିଥିଲେ ମଧ୍ୟ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ବିଶେଷ ସମ୍ଭାବନା ରହିଛି ବୋଲି କୁହାଯାଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories