www.samajalive.in
Sunday, December 7, 2025
16.1 C
Bhubaneswar

ସୁରକ୍ଷାକର୍ମୀ ନକ୍ସଲ ମୁହାଁମୁହିଁ; ଜଣେ ଯବାନ ସହିଦ

ଛତିଶଗଡ଼: ନାରାୟଣପୁରର ମୁଙ୍ଗାରି ଗାଁ ନିକଟରେ ସୁରକ୍ଷାକର୍ମୀ ନକ୍ସଲ ମୁହାଁମୁହିଁ ହୋଇଛନ୍ତି । ନକ୍ସଲଙ୍କ ଗୁଳିରେ ଡିଆରଜିର ଜଣେ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ସମ୍ପୃକ୍ତ ଅଞ୍ଚଳରେ ନକ୍ସଲ ମାନେ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲା ପୁଲିସ । ପରେ ଘଟଣା ସ୍ଥଳରେ ପହଞ୍ଚିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ସୁରକ୍ଷାକର୍ମୀ ଟିମ୍‌କୁ ନକ୍ସଲ ମାନେ ଦେଖିବା ପରେ ଗୁଳି ଚାଲନା ଆରମ୍ଭ କରିଥିଲେ । ସୁରକ୍ଷାକର୍ମୀ ମଧ୍ୟ ପାଲଟା ଗୁଳି ଚଳାଇଥିଲା । ହେଲେ ନକ୍ସଲଙ୍କ ଗୁଳିରେ ଜଣେ ଯବାନ ସହିଦ ହୋଇଛନ୍ତି । ଘଟଣାସ୍ଥଳରେ ଏବେ ବି ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେ ସନ ଜାରି ରଖିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories