www.samajalive.in
Sunday, December 7, 2025
18.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥର ସାହାରପଡା ନିକଟ ଦେଓ ନଦୀ ପୋଲ ଉପରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିଲା। । ମୃତକ କରଞ୍ଜିଆ ନିକଟ ବାହାରକାମୁଡା ଗ୍ରାମର ବିଭୁ ବଡ଼ସରା(୨୫) ଓ ଗୁରୁତର ଜଣଙ୍କ ଦୀନେଶ ପୂର୍ତ୍ତି ବୋଲି ଜଣାପଡିଛି । ଖବର ପାଇ ସାହାରପଡା ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଆଇଚ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରୁଛନ୍ତି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories