ଗୁରୁବାର ରାଶିଫଳ (୦୫/୦୫/୨୦୨୨)
ମେଷ : ଧୀ ଶକ୍ତିସମ୍ପନ୍ନ ହେବେ। ଐଶୀ କୃପା ଲାଭ କରିପାରନ୍ତି। ଭାଷା ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ। ସର୍ବତ୍ର ବିଜୟୀ ହେବେ।
ବୃଷ : ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ମିଥୁନ : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ। ସୁସ୍ଥ ରହିବେ।
କର୍କଟ : ସାଧନାର ସ୍ବର୍ଣ୍ଣିମ ସୂତ୍ର ଏକାନ୍ତବାସକୁ ସାମୟିକ ଭାବେ ଆଦରି ନେବେ। କର୍ମଚଞ୍ଚଳ ରହିବେ। ଭାଷାରେ ଶାଳୀନତା ରହିବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ ହେବ।
ସିଂହ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା : ମନରେ ଧ୍ୟାନର ପ୍ରଦୀପ ପ୍ରଜ୍ବଳନ କରି ଚଲାପଥକୁ ଆଲୋକିତ କରିପାରନ୍ତି। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ପ୍ରଥିତଯଶା ହୋଇପାରନ୍ତି।
Related Posts
Comments are closed.