www.samajalive.in
Saturday, December 13, 2025
27.1 C
Bhubaneswar

ଦେଶରେ ଆଉ ୩ହଜାର ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୩ହଜାର ୧୦ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୭୧୯ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୪୭,୬୯୯ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୯୭୫ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories