ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଧରଣୀଧରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସ୍ୱାଧୀନତା ସହ ଜନଜାତିଙ୍କ ଅଧିକାରର ସୁରକ୍ଷା ଓ କଲ୍ୟାଣ ପାଇଁ ତାଙ୍କର ସଂଗ୍ରାମ ସର୍ବଦା ସ୍ମରଣୀୟ।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧରଣୀଧରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଳବୀ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି।



