www.samajalive.in
Wednesday, December 10, 2025
14.1 C
Bhubaneswar

ବଜ୍ରପାତରେ ୨ ମୃତ

କାମାଖ୍ୟାନଗର ବଜ୍ରପାତରେ ଗୁରୁବାର ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକ ଦ୍ୱୟ ହେଲେ ଢ଼େଙ୍କାନାଳ ଜିଲା କଙ୍କଡ଼ାହାଡ ଥାନା ଅନ୍ତର୍ଗତ ମକୁଆକାଟେଣି ଗ୍ରାମର ଦେବଦତ୍ତ ପଧାନ ଓ ସନ୍ନିକଟ ଚକାପାଳ ଗ୍ରାମର ପ୍ରକାଶ ପଧାନ। ଆଜି ଅପରାହ୍ଣରେ ଦେବଦତ୍ତ ଓ ପ୍ରକାଶ ସନ୍ନିକଟ କାଜୁ ବଗିଚାକୁ କାଜୁ ତୋଳିବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ଉଭୟଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦର ବ୍ୟବସ୍ଥା କରିଥିବାର ଜଣାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories