www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ; ଶହେ ଟପିଲା ମୋଟ୍‌ ସକ୍ରିୟ ମାମଲା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସେଥିମଧ୍ୟରୁ ସଙ୍ଗରୋଧରୁ ୯ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୭ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଓ ଷ୍ଟେଟପୁଲରୁ ୨ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର, ବଲାଙ୍ଗୀର, ଦେବଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୦ ଜଣ ଆକ୍ରାନ୍ତ । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୧୦୩ ରହିଛି  ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories