www.samajalive.in
Tuesday, December 9, 2025
23.1 C
Bhubaneswar

ଓଡିଶାକୁ ନାହିଁ ବାତ୍ୟା ବିପଦ – ଆଇଏମଡି ଡିଜି

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ବାତ୍ୟା ସ୍ଥଳଭାଗ ସ୍ପର୍ଶ କରିବ ନାହିଁ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆସନ୍ତା ୧୦ ତାରିଖରେ ବାତ୍ୟା ଦିଗ ପରିବର୍ତ୍ତନ କରିବ। ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ଦିଗ ବଦଳାଇବା ପରେ ଏହା ସ୍ଥଳଭାଗ ସ୍ପର୍ଶ କରିବ ନାହିଁ। ଓଡିଶା ହେଉ କି ଆନ୍ଧ୍ର,ବାତ୍ୟା କେଉଁଠାରେ ସ୍ଥଳଭାଗ ଛୁଇଁବ ନାହିଁ। ସ୍ଥଳଭାଗ ନ ଛୁଇଁ ବାତ୍ୟା ସମୁଦ୍ର ଉପରେ ଚାଲିଯିବ। ସମାନ୍ତରାଳ ଭାବେ ସମୁଦ୍ରରେ ଓଡିଶା ଉପକୂଳ ଦେଇ ଯିବ। ମେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୮ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ସେହିପରି ୧୦ ସନ୍ଧ୍ୟା ପରେ ଉପକୂଳ ଓଡିଶାରେ ବର୍ଷା ଆରମ୍ଭ ହେବ। ଗଞ୍ଜାମ,ଗଜପତି,ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀରେ ବର୍ଷା ହେବ। କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇ ପାରେ ବୋଲି ଶ୍ରୀ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories