www.samajalive.in
Sunday, December 14, 2025
19.1 C
Bhubaneswar

ଓଲଟିଲା ବସ୍‌; ୨୦ ଯାତ୍ରୀ ଆହତ

ଯାଜପୁର: ବଡ଼ଚଣା ନିକଟସ୍ଥ ଗଣ୍ଠି ଛକ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡ଼ିଛି । ବସଟି ଓଲଟି ପଡ଼ିବା ଫଳରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଏହି ଦୁର୍ଘଟଣାରେ ୮ଜଣ ଯାତ୍ରୀ ଗୁରୁତର ମଧ୍ୟ ହୋଇଛନ୍ତି । ସେମାନଙ୍କୁ କଟକ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ ବସଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରୁ ଯାମୁଡ଼ା ଆସୁଥିଲା । ଆସିବା ସମୟରେ ଯାଜପୁରର ବଡ଼ଚଣା ନିକଟସ୍ଥ ଗଣ୍ଠି ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଓଲଟିପଡ଼ିବା ଫଳରେ ବସରେ ଥିବା ଯାତ୍ରୀ ମାନେ ଆହତ ଓ ଗୁରୁତର ହୋଇଛନ୍ତି । ଏନେଇ ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଚଳାଇଛି ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories