www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌; ଗତ ୨୪ ଘଣ୍ଟାରେ ୭୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଲାଣି । ଗତ କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ୧୫ରୁ ୨୦ ଭିତରେ ରହୁଥିବା ବେଳେ ଆଜି ସଂକ୍ରମଣ ସଂଖ୍ୟା ୭୦ ପାର୍‌ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ୬୬ଜଣ ରହିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସବୁଠାରୁ ବଡ଼ କଥା ହେଉଛି ଏହି ଶିଶୁ ଓ ନାବାଳକ ସର୍ବାଧିକ ରାୟଗଡ଼ା ଜିଲ୍ଳାରୁ ଚିହ୍ନଟ ହୋଇଥିବା ଦେଖିବାକୁ ମିଳିଛି ।

ଆଜିର ଚିହ୍ନଟ ହୋଇଥିବା ଆକ୍ରାନ୍ତ ୫ଜିଲ୍ଳାର ହୋଇଥିବା ବେଳେ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ସଂକ୍ରମିତ ୬୪ ଜଣ ରହିଛନ୍ତି । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡି, ନୂଆପଡ଼ା​‌ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ସରା ରାଜ୍ୟରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories