www.samajalive.in
Monday, December 15, 2025
16.1 C
Bhubaneswar

ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର: ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା। ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ. ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories