www.samajalive.in
Sunday, December 14, 2025
14.1 C
Bhubaneswar

ଏସ୍‍ବିଆଇର ନୂଆ ନିୟମ : ଦିନକୁ ଉଠାଇପାରିବେ ଏତିକି ପରିମାଣର ଟଙ୍କା

ଆଗକୁ ପାର୍ବଣର ଋତୁ ଆସୁଥିବା ବେଳେ ଏପଟେ ଏସବିଆଇ ବଡ଼ ଝଟକା ଦେଇଛି। ଏଟିଏମରୁ ଟଙ୍କା ଉଠାଣ ଉପରେ ପ୍ରତିବନ୍ଧକ ଲଗାଇଛି। ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଦିନକୁ କେତେ ଟଙ୍କା ଉଠାଇପାରିବେ ସେ ନେଇ ଘୋଷଣା କରାଯାଇଛି। ଯାହାକି ଚଳିତ ମାସ ଶେଷ ତଥା ଅକ୍ଟୋବର ୩୧ରୁ ହିଁ ଲାଗୁହେବାକୁ ଯାଉଛି । ସୂଚନା ଅନୁସାରେ, ୩୧ ଅକ୍ଟୋବରରୁ ବ୍ୟାଙ୍କ ଗ୍ରାହକମାନେ ଦିନକୁ ୨୦ ହଜାର ଟଙ୍କାରୁ ଅଧିକ ଟଙ୍କା ଉଠାଇପାରିବେ ନାହିଁ । ତେବେ ବର୍ତ୍ତମାନ ଏହି ସୀମା ୪୦ ହଜାର ଟଙ୍କା ରହିଛି ।
ଏସବିଆଇ ଶାଖାଗୁଡିକୁ ପଠାଯାଇଥିବା ନିର୍ଦ୍ଦେଶାବଳୀ ଅନୁସାରେ, ଏଟିଏମ ଟ୍ରାନ୍‍ଜାକ୍ସନକୁ ନେଇ ଘଟୁଥିବା ବିଭିନ୍ନ ମାମଲାକୁ ଭିତ୍ତି କରି ଏବଂ ଡିଜିଟାଲ-କ୍ୟାସଲେସ ଟ୍ରାନଜାକ୍ସନକୁ ପ୍ରାଥମିକତା ଦେବା ଉଦ୍ଦେଶ୍ୟରେ ଟଙ୍କା ଉଠାଇବାର ସୀମାକୁ ହ୍ରାସ କରିବାକୁ ବ୍ୟାଙ୍କରୁ ନିଷ୍ପତ୍ତି ନିଆଯାଇଛି । ଉଭୟ କ୍ଲାସିକ୍ ଏବଂ ମେଟ୍ରୋ ପ୍ଲାର୍ଟଫର୍ମରେ ଜାରି କରାଯାଇଥିବା ଡେବିଟ କାର୍ଡରୁ ମଧ୍ୟ ଟଙ୍କା ଉଠାଣ ସୀମାକୁ ହ୍ରାସ କରାଯାଇଛି ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories