www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ଆଉ ୩ହଜାର ୨୦୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୩ ହଜାର ତଳକୁ ଖସୁନି କରୋନା ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୩ହଜାର ୨୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୩,୪୧୦ ଆକ୍ରାନ୍ତ । ଆଜି ସୁସ୍ଥତା ହାର ବଢ଼ିଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ଘଟିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୪୦୪ ରହିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯ ଜଣଙ୍କ ଜୀବନ ନେଇଛି କରୋନା । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏ କରୋନାରୁ ମୋଟ୍‌ ୪,୨୫,୬୦,୯୦୫ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୦୯୩ ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories