www.samajalive.in
Saturday, December 6, 2025
14.1 C
Bhubaneswar

ଅଟୋ-ଟ୍ରକ ଧକ୍କା ; ଚାଲିଗଲା ନଅ ଜୀବନ;୧୭ ଆହତ

ନିଜାମସାଗର : ତେଲେଙ୍ଗାନାର କାମାରେଡ୍ଡୀ ଜିଲାର ନିଜାମସାଗରର ହସନପଲ୍ଲୀ ଗେଟ୍‍ ନିକଟରେ ଏକ ମର୍ମନ୍ତୁଦ ସଡକ ଘଟଣା ଘଟିଛି ବୋଲି ଆଜି ଖବର ମିଳିଛି। ଏକ ଟ୍ରକ ଓ ଡାଲା ଅଟୋ ମଧ୍ୟରେ ଧକ୍କା ହୋଇ ୯ ଜଣଙ୍କର ଜୀବନ ଚାଲି ଯାଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ୍‍ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ, ଡାଲା ଅଟୋରେ ଥିବା ସମସ୍ତ ଯାତ୍ରୀ ଏକ ସମାରୋହରେ ଯୋଗ ଦେଇ ଫେରୁଥିଲେ। କାମାରେଡ୍ଡୀ ପୁଲିସଙ୍କ କହିବାନୁଯାୟୀ, ଟ୍ରକ ଚାଳକ ନାମରେ ମାମଲା ରୁଜୁ କରାଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories