www.samajalive.in
Monday, December 8, 2025
27.1 C
Bhubaneswar

ପରୀକ୍ଷା କେନ୍ଦ୍ରରେ ଡେପୁଟି ସୁପରିଟେଣ୍ଡେଣ୍ଟଙ୍କୁ ଆକ୍ରମଣ ଘଟଣା; ମୁଖ୍ୟ ଅଭିଯୁକ୍ତ ଗିରଫ

ପାଟଣା : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟ ମ୍ୟାଟ୍ରିକ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଟେଣ୍ଡେଣ୍ଟଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଆଜି ତୁରୁମୁଙ୍ଗା ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ଲୁଙ୍ଗା ଗ୍ରାମର ‌ଅଜିତ କୁମାର ବାରିକ ବୋଲି ଜଣାପଡିଛି । ଅଭିଯୋଗ ଅନୁଯାୟୀ ଶନିବାର ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟ ମ୍ୟାଟ୍ରିକ ପରୀକ୍ଷା କେନ୍ଦ୍ରରେ କପିକୁ କେନ୍ଦ୍ର କରି ଡେପୁଟି ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିଲା । ଘଟଣା କୁ ନେଇ ସାହାରପଡା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଭାରତୀ ରାମ ତୁରୁମୁଙ୍ଗା ଥାନାରେ ଲିଖିତ ଏତଲା ଦେଇଥିଲେ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories