www.samajalive.in
Saturday, December 13, 2025
26.1 C
Bhubaneswar

ବ୍ରଜରାଜନଗର ଉପନିର୍ବାଚନ-କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ବର : ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି। ଆଜି ବିଜେଡି ଏହାର ପ୍ରାର୍ଥୀ ଭାବେ ଅଳକା ମହାନ୍ତିଙ୍କ ନାମ ଘୋଷଣା କରିଥିଲା। ବ୍ରଜରାଜନଗରର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ହେଉଛନ୍ତି ଅଳକା ମହାନ୍ତି। ଏଣେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ନେଇ ଦଳ ପକ୍ଷରୁ ଘୋଷଣା ହୋଇଛି। ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। ତେବେ ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ ପଟେଲଙ୍କୁ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇଥିବାରୁ ଏଠାରେ ଲଢ଼େଇ ତ୍ରିମୁଖୀ ହେବ ବୋଲି କୁହ‌ାଯାଉଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories