www.samajalive.in
Sunday, December 14, 2025
19.1 C
Bhubaneswar

ବାର୍‌ରେ ବାଉନ୍‌ସର ନିଯୁକ୍ତିକୁ ବାରଣ କଲା କମିଶନରେଟ୍‌ ପୁଲିସ

ଭୁବନେଶ୍ୱର: ​‌େ​‌ଦ୍ବୖତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୁଲିସ୍‌ ଅଞ୍ଚଳରେ ଥିବା ମଦବାର୍‌ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ପ୍ରାଇଭେଟ୍‌ ସୁରକ୍ଷାକର୍ମୀ/ବାଉନ୍‌ସରମାନଙ୍କୁ ନିୟୋଜିତ କରୁଥିବା ସରକାରଙ୍କ ଦୃଷ୍ଟିରୁ ଆସିଛି। ଏହି ପ୍ରକାର ସୁରକ୍ଷାକର୍ମୀମାନଙ୍କ ନାମରେ ବହୁ ଅପରାଧ ମାମଲା ମଧ୍ୟ ନିକଟ ଅତୀତରେ ରୁଜୁ ହୋଇଛି। ବାଉନ୍‌ସରମାନଙ୍କଠାରୁ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା ସାମାଜିକ ଶାନ୍ତି ବ୍ୟାହତ ହେବାର ମଧ୍ୟ ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଉଭୟ ଭୁବନେଶ୍ୱର ଏବଂ କଟକ ଅଞ୍ଚଳର ବାର୍‌ମାଲିକମାନଙ୍କ ପାଇଁ ପୋଲିସ କମିଶନର ଆସନ୍ତା ଦୁଇମାସ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି।

ବାରମାଲିକମାନେ ନିଜ ଅଞ୍ଚଳର ଡିସିପିଙ୍କଠାରୁ ସୁରକ୍ଷା କର୍ମଚାରୀଙ୍କ ସଂପର୍କରେ ଅପରାଧ ପୃଷ୍ଠଭୂମିର ପୂର୍ବ ରେକର୍ଡ ଯାଞ୍ଚ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରାଇଭେଟ୍‌ ସିକୁ୍ୟରିଟି ଏଜେନ୍ସିମାନଙ୍କଠାରୁ ବାର୍‌ମାଲିକମାନେ ସୁରକ୍ଷା କର୍ମଚାରୀ ନିୟୋଜିତ କରିପାରିବେ। ନିୟୋଜିତ କରିଥିବା ସୁରକ୍ଷା କର୍ମଚାରୀଙ୍କ ବିଷୟରେ ବାର୍‌ମାଲିକମାନେ ସ୍ଥାନୀୟ ପୁଲିସକୁ ଲିଖିତ ଭାବେ ଜଣାଇବେ। ଏହି ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସାଧାରଣ ଆଇନ ପରିସରଭୁକ୍ତ ରହିବେ। ଆବଶ୍ୟକସ୍ଥଳେ ୧୧୨ ନମ୍ବରକୁ କଲକରି ଏହି ସୁରକ୍ଷା କର୍ମଚାରୀମାନଙ୍କ ସୂଚନା ଦେଇପାରିବେ। କୌଣସି ପରିସ୍ଥିତିରେ ମଧ୍ୟ ଏହି ସୁରକ୍ଷାକର୍ମୀମାନେ ଗ୍ରାହକମାନଙ୍କ ମୌଳିକ ଅଧିକାରକୁ ଉଲ୍ଲଙ୍ଘନ କରିପାରିବେ ନାହିଁ । ମଇ ୧୦ ତାରିଖରୁ ଜୁଲାଇ ୮ ତାରିଖ (ଉଭୟ ଦିନକୁ ମିଶାଇ) ପର୍ଯ୍ୟନ୍ତ ଏହି ନିର୍ଦେଶ ବଳବତ୍ତର ରହିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories